ଦ୍ବିତୀୟ ବଂଶାବଳୀ 24

ଅରାମୀୟ ସୈନ୍ୟ ଅଳ୍ପ ଲୋକଦଳ ନେଇ ଆସିଥିଲେ; ତଥାପି ସଦାପ୍ରଭୁ ସେମାନଙ୍କ ହସ୍ତରେ ମହାସୈନ୍ୟଦଳକୁ ସମର୍ପଣ କଲେ, କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। ଏହିରୂପେ ସେମାନେ ଯୋୟାଶ୍‍ଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲେ।

2 Chronicles 24:24 (UKJV) For the army of the Syrians came with a small company of men, and the LORD delivered a very great host into their hand, because they had forsaken the LORD God of their fathers. So they executed judgment against Joash.

22ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍‍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”

23ଏଥିଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କୁ ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ।

24ଅରାମୀୟ ସୈନ୍ୟ ଅଳ୍ପ ଲୋକଦଳ ନେଇ ଆସିଥିଲେ; ତଥାପି ସଦାପ୍ରଭୁ ସେମାନଙ୍କ ହସ୍ତରେ ମହାସୈନ୍ୟଦଳକୁ ସମର୍ପଣ କଲେ, କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। ଏହିରୂପେ ସେମାନେ ଯୋୟାଶ୍‍ଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲେ।

25ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।

26ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍‍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍‍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.