25ଆଉ, ସେମାନେ ତାଙ୍କ ନିକଟରୁ ପ୍ରସ୍ଥାନ କଲା ଉତ୍ତାରେ ତାଙ୍କର ନିଜ ଦାସମାନେ ଯିହୋୟାଦା ଯାଜକର ପୁତ୍ରମାନଙ୍କ ରକ୍ତପାତ ସକାଶୁ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ଶଯ୍ୟାରେ ତାଙ୍କୁ ବଧ କରନ୍ତେ, ସେ ମଲେ, କାରଣ ଅରାମୀୟ ସୈନ୍ୟ ତାଙ୍କୁ ମହାପୀଡ଼ିତାବସ୍ଥାରେ ଛାଡ଼ି ଯାଇଥିଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ କବର ଦେଲେ ନାହିଁ।
26ଅମ୍ମୋନୀୟା ଶିମୀୟତର ପୁତ୍ର ସାବଦ୍ ଓ ମୋୟାବ ବଂଶୀୟା ଶିମ୍ରୀତର ପୁତ୍ର ଯିହୋଷାବଦ୍, ଏମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ।
27ତାଙ୍କ ପୁତ୍ରମାନଙ୍କ କଥା ଓ ତାଙ୍କ ଉପରେ ଥିବା ଭାରର ଗୁରୁତ୍ୱ ଓ ପରମେଶ୍ୱରଙ୍କ ଗୃହର ପୁନଃନିର୍ମାଣ ବିବରଣ, ଦେଖ, ଏସବୁ ରାଜାବଳୀ ପୁସ୍ତକର ଟୀକାରେ ଲିଖିତ ଅଛି। ଏଉତ୍ତାରେ ତାଙ୍କର ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ।