6ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, “ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?”
7କାରଣ ସେହି ଦୁଷ୍ଟା ସ୍ତ୍ରୀ ଅଥଲୀୟାର ପୁତ୍ରମାନେ ପରମେଶ୍ୱରଙ୍କ ଗୃହ ଭଗ୍ନ କରିଥିଲେ; ମଧ୍ୟ ସଦାପ୍ରଭୁଙ୍କ ଗୃହର ସମସ୍ତ ପବିତ୍ରୀକୃତ ବସ୍ତୁ ବାଲ୍ ଦେବଗଣକୁ ଦେଲେ।
8ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ।
9ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ।
10ଏଥିରେ ଅଧିପତି ସମସ୍ତେ ଓ ସମଗ୍ର ଲୋକ ଆନନ୍ଦ କଲେ ଓ ସେମାନେ ସମାପ୍ତ ନ କରିବା ପର୍ଯ୍ୟନ୍ତ ଆଣି ସିନ୍ଦୁକରେ ପକାଇଲେ।