21ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
22ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
23ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଯିହୋୟାହସ୍ଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
24ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
25ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।