22ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
23ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଯିହୋୟାହସ୍ଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
24ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
25ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
26ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?