24ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
25ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
26ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
27ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
28ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।