2ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
3ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
4ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।
5ଆହୁରି, ଅମତ୍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।
6ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।