7ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, “ହେ ରାଜନ୍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି।
8ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।”
9ତହିଁରେ ଅମତ୍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”
10ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
11ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।