ଦ୍ବିତୀୟ ବଂଶାବଳୀ 26

ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।

2 Chronicles 26:1 (UKJV) Then all the people of Judah took Uzziah, who was sixteen years old, and made him king in the room of his father Amaziah.

1ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍‍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।

2ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍‍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।

3ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.