ଦ୍ବିତୀୟ ବଂଶାବଳୀ 26

ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍‍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।

2 Chronicles 26:10 (UKJV) Also he built towers in the desert, and dug many wells: for he had much cattle, both in the low country, and in the plains: husbandmen also, and vine dressers in the mountains, and in Carmel: for he loved farming.

8ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ।

9ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।

10ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍‍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।

11ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍‍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।

12ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକଙ୍କର ସମୁଦାୟ ସଂଖ୍ୟା ଦୁଇ ହଜାର ଛଅ ଶହ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.