ଦ୍ବିତୀୟ ବଂଶାବଳୀ 26

ପୁଣି, ସେମାନଙ୍କ ହସ୍ତାଧୀନରେ ତିନି ଲକ୍ଷ ସାତ ହଜାର ପାଞ୍ଚ ଶହ ଶିକ୍ଷିତ ସୈନ୍ୟ ଥିଲେ, ଏମାନେ ଶତ୍ରୁ ବିରୁଦ୍ଧରେ ରାଜାଙ୍କର ସାହାଯ୍ୟ ନିମନ୍ତେ ଅତି ପରାକ୍ରମରେ ଯୁଦ୍ଧ କଲେ।

2 Chronicles 26:13 (UKJV) And under their hand was an army, three hundred thousand and seven thousand and five hundred, that made war with mighty power, to help the king against the enemy.

11ଆହୁରି, ଉଷୀୟଙ୍କର ଯୁଦ୍ଧକାରୀ ସୈନ୍ୟସାମନ୍ତ ଥିଲେ, ସେମାନେ ରାଜାଙ୍କର ହନାନୀୟ ନାମକ ଏକ ସେନାପତିର ଅଧୀନରେ ଯିୟୀୟେଲ୍‍ ଲେଖକର ଓ ମାସେୟ ଶାସନକର୍ତ୍ତାର ଗଣିତ ସଂଖ୍ୟାନୁସାରେ ଦଳ ଦଳ ହୋଇ ଯୁଦ୍ଧ କରିବାକୁ ଯାତ୍ରା କଲେ।

12ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକଙ୍କର ସମୁଦାୟ ସଂଖ୍ୟା ଦୁଇ ହଜାର ଛଅ ଶହ ଥିଲା।

13ପୁଣି, ସେମାନଙ୍କ ହସ୍ତାଧୀନରେ ତିନି ଲକ୍ଷ ସାତ ହଜାର ପାଞ୍ଚ ଶହ ଶିକ୍ଷିତ ସୈନ୍ୟ ଥିଲେ, ଏମାନେ ଶତ୍ରୁ ବିରୁଦ୍ଧରେ ରାଜାଙ୍କର ସାହାଯ୍ୟ ନିମନ୍ତେ ଅତି ପରାକ୍ରମରେ ଯୁଦ୍ଧ କଲେ।

14ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।

15ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.