ଦ୍ବିତୀୟ ବଂଶାବଳୀ 26

ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ।

2 Chronicles 26:15 (UKJV) And he made in Jerusalem engines, invented by cunning men, to be on the towers and upon the bulwarks, to shoot arrows and great stones likewise. And his name spread far abroad; for he was marvellously helped, till he was strong.

13ପୁଣି, ସେମାନଙ୍କ ହସ୍ତାଧୀନରେ ତିନି ଲକ୍ଷ ସାତ ହଜାର ପାଞ୍ଚ ଶହ ଶିକ୍ଷିତ ସୈନ୍ୟ ଥିଲେ, ଏମାନେ ଶତ୍ରୁ ବିରୁଦ୍ଧରେ ରାଜାଙ୍କର ସାହାଯ୍ୟ ନିମନ୍ତେ ଅତି ପରାକ୍ରମରେ ଯୁଦ୍ଧ କଲେ।

14ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ।

15ଆଉ, ସେ ଯିରୂଶାଲମରେ ଶିଳ୍ପକାରମାନଙ୍କ କଳ୍ପିତ ଯନ୍ତ୍ର ପ୍ରସ୍ତୁତ କରି ତଦ୍ଦ୍ୱାରା ତୀର ଓ ବଡ଼ ବଡ଼ ପଥର ନିକ୍ଷେପ କରିବା ନିମନ୍ତେ ତାହାସବୁ ଦୁର୍ଗସବୁରେ ଓ ପ୍ରାଚୀର-ଚୂଡ଼ାରେ ରଖିଲେ ପୁଣି, ତାଙ୍କର ନାମ ବହୁ ଦୂର ବ୍ୟାପ୍ତ ହେଲା; କାରଣ ସେ ବଳିଷ୍ଠ ହେବା ପର୍ଯ୍ୟନ୍ତ ଆଶ୍ଚର୍ଯ୍ୟ ରୂପେ ସାହାଯ୍ୟ ପ୍ରାପ୍ତ ହେଲେ।

16ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।

17ତହିଁରେ ଅସରୀୟ ଯାଜକ ଓ ତାହା ସଙ୍ଗେ ସଦାପ୍ରଭୁଙ୍କର ଅଶୀ ଜଣ ପରାକ୍ରାନ୍ତ ଯାଜକ ତାଙ୍କର ପଛେ ପଛେ ଗଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.