1ଏଥିଉତ୍ତାରେ ଯିହୁଦାର ଲୋକ ସମସ୍ତେ ଷୋଳ ବର୍ଷ ବୟସ୍କ ଉଷୀୟଙ୍କୁ ନେଇ ତାଙ୍କର ପିତା ଅମତ୍ସୀୟଙ୍କର ପଦରେ ତାଙ୍କୁ ରାଜା କଲେ।
2ରାଜାଙ୍କ ମୃତ୍ୟୁ ପରେ ଉଷୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ।
3ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
4ପୁଣି, ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।