ଦ୍ବିତୀୟ ବଂଶାବଳୀ 26

ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ିଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ।

2 Chronicles 26:20 (UKJV) And Azariah the chief priest, and all the priests, looked upon him, and, behold, he was leprous in his forehead, and they thrust him out from thence; yea, himself hasted also to go out, because the LORD had smitten him.

18ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”

19ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା।

20ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ିଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ।

21ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।

22ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଲେଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.