ଦ୍ବିତୀୟ ବଂଶାବଳୀ 26

ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଲେଖିଲେ।

2 Chronicles 26:22 (UKJV) Now the rest of the acts of Uzziah, first and last, did Isaiah the prophet, the son of Amoz, write.

20ତହିଁରେ ପ୍ରଧାନ ଯାଜକ ଅସରୀୟ ଓ ଅନ୍ୟ ସକଳ ଯାଜକ ତାଙ୍କୁ ଅନାନ୍ତେ, ଦେଖ, ତାଙ୍କର କପାଳରେ କୁଷ୍ଠ ହୋଇଅଛି, ତହୁଁ ସେମାନେ ଶୀଘ୍ର ତାଙ୍କୁ ସେଠାରୁ ତଡ଼ିଦେଲେ; ମଧ୍ୟ ସେ ଆପେ ବାହାରି ଯିବା ପାଇଁ ଚଞ୍ଚଳ ହେଲେ, କାରଣ ସଦାପ୍ରଭୁ ତାଙ୍କୁ ଆଘାତ କରିଥିଲେ।

21ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।

22ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ଲେଖିଲେ।

23ଏହିରୂପେ ଉଷୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କର ପିତୃଗଣ ସହିତ ରାଜାମାନଙ୍କ କବର କ୍ଷେତ୍ରରେ ତାଙ୍କୁ କବର ଦେଲେ; କାରଣ ସେମାନେ କହିଲେ, “ସେ କୁଷ୍ଠୀ;” ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.