ଦ୍ବିତୀୟ ବଂଶାବଳୀ 26

ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।

2 Chronicles 26:5 (UKJV) And he sought God in the days of Zechariah, who had understanding in the visions of God: and as long as he sought the LORD, God made him to prosper.

3ଉଷୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।

4ପୁଣି, ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।

5ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।

6ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ

7ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍‍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.