6ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍-ନଗରର ପ୍ରାଚୀର ଓ ଯବ୍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ
7ଆହୁରି, ପରମେଶ୍ୱର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଓ ଗୁରୁବାଲ୍-ନିବାସୀ ଆରବୀୟମାନଙ୍କ ଓ ମିୟୂନୀୟମାନଙ୍କ ପ୍ରତିକୂଳରେ ତାଙ୍କର ସାହାଯ୍ୟ କଲେ।
8ପୁଣି, ଅମ୍ମୋନୀୟମାନେ ଉଷୀୟଙ୍କୁ ଦର୍ଶନୀ ଦେଲେ ଓ ତାଙ୍କର ନାମ ମିସରର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେଲା; କାରଣ ସେ ବେଳକୁ ବେଳ ବଳିଷ୍ଠ ହେଲେ।
9ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।
10ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।