ଦ୍ବିତୀୟ ବଂଶାବଳୀ 27

ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।

2 Chronicles 27:2 (UKJV) And he did that which was right in the sight of the LORD, according to all that his father Uzziah did: nevertheless he entered not into the temple of the LORD. And the people did yet corruptly.

1ଯୋଥମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ।

2ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।

3ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।

4ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.