1ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିରୁଶା, ଯେ ସାଦୋକର କନ୍ୟା ଥିଲେ।
2ପୁଣି, ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ତଥାପି ସେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କଲେ ନାହିଁ। ଆଉ, ଲୋକମାନେ ସେସମୟରେ ହେଁ ଦୁରାଚରଣ କଲେ।
3ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ, ପୁଣି ଓଫଲର ପ୍ରାଚୀର ଉପରେ ଅନେକ ସ୍ଥାନ ନିର୍ମାଣ କଲେ।
4ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।
5ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।