ଦ୍ବିତୀୟ ବଂଶାବଳୀ 27

ଏହିରୂପେ ଯୋଥମ୍‍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।

2 Chronicles 27:6 (UKJV) So Jotham became mighty, because he prepared his ways before the LORD his God.

4ଆହୁରି, ସେ ଯିହୁଦାର ପର୍ବତମୟ ଦେଶରେ ନାନା ନଗର ଓ ବନରେ ଗଡ଼ ଓ ଦୁର୍ଗସବୁ ନିର୍ମାଣ କଲେ।

5ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।

6ଏହିରୂପେ ଯୋଥମ୍‍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।

7ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।

8ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.