ଦ୍ବିତୀୟ ବଂଶାବଳୀ 27

ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।

2 Chronicles 27:7 (UKJV) Now the rest of the acts of Jotham, and all his wars, and his ways, lo, they are written in the book of the kings of Israel and Judah.

5ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ।

6ଏହିରୂପେ ଯୋଥମ୍‍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ।

7ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସକଳ ଯୁଦ୍ଧ ଓ ତାଙ୍କର ଆଚରଣ ବିଷୟ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।

8ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ।

9ପୁଣି, ଯୋଥମ୍‍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.