11ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ରହିଅଛି।”
12ଏଥିରେ ଯିହୋହାନନ୍ର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍ର ପୁତ୍ର ବେରିଖୀୟ ଓ ଶଲ୍ଲୁମ୍ର ପୁତ୍ର ଯିହିଷ୍କିୟ ଓ ହଦ୍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,
13“ତୁମ୍ଭେମାନେ ବନ୍ଦୀମାନଙ୍କୁ ଏହି ସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।”
14ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ।
15ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ବସ୍ତ୍ରହୀନ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନପାନ କରିବାକୁ ଦେଇ ତୈଳ ମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ ନିକଟକୁ ନେଇଗଲେ; ଏଥିଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ।