17କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ।
18ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।
19କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।
20ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।
21କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ।