19କାରଣ ଇସ୍ରାଏଲର ରାଜା ଆହସ୍ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।
20ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍-ପିଲ୍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।
21କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ।
22ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।
23କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।