24ଏଉତ୍ତାରେ ଆହସ୍ ପରମେଶ୍ୱରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ୱରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ଡ ଖଣ୍ଡ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ।
25ଆହୁରି, ସେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଯିହୁଦାର ପ୍ରତ୍ୟେକ ନଗରରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ସଦାପ୍ରଭୁ ତାଙ୍କର ପିତୃଗଣଙ୍କର ପରମେଶ୍ୱରଙ୍କୁ ବିରକ୍ତ କଲେ।
26ତାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
27ଏଉତ୍ତାରେ ଆହସ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।