7ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ୱିତୀୟ (ସ୍ଥାନୀୟ) ଇଲ୍କାନାକୁ ବଧ କଲା।
8ଆଉ, ଇସ୍ରାଏଲ ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକୁ ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟଦ୍ରବ୍ୟ ନେଲେ ଓ ସେହି ଲୁଟ ଦ୍ରବ୍ୟସବୁ ଶମରୀୟାକୁ ଆଣିଲେ।
9ମାତ୍ର ସେଠାରେ ଓଦେଦ୍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।
10ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମନସ୍ଥ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସ୍ୱକୃତ ଅପରାଧ ନାହିଁ?
11ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ରହିଅଛି।”