1ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ।
2ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
3ସେ ଆପଣା ରାଜତ୍ଵର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ମରାମତି କଲେ।