9କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ୍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ରକନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି।
10ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।
11ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।”
12ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି-ସନ୍ତାନଗଣ ମଧ୍ୟରୁ ଅବ୍ଦିର ପୁତ୍ର କୀଶ୍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,
13ଆଉ, ଇଲୀଶାଫନ୍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ