11ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।”
12ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି-ସନ୍ତାନଗଣ ମଧ୍ୟରୁ ଅବ୍ଦିର ପୁତ୍ର କୀଶ୍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,
13ଆଉ, ଇଲୀଶାଫନ୍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ
14ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନ୍ର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।
15ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।