12ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି-ସନ୍ତାନଗଣ ମଧ୍ୟରୁ ଅବ୍ଦିର ପୁତ୍ର କୀଶ୍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,
13ଆଉ, ଇଲୀଶାଫନ୍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ
14ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନ୍ର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।
15ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।
16ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୁଚି ବସ୍ତୁ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକୁ ବହି ନେଇଗଲେ।