ଦ୍ବିତୀୟ ବଂଶାବଳୀ 29

ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।

2 Chronicles 29:15 (UKJV) And they gathered their brethren, and sanctified themselves, and came, according to the commandment of the king, by the words of the LORD, to cleanse the house of the LORD.

13ଆଉ, ଇଲୀଶାଫନ୍‍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍‍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ

14ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।

15ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ।

16ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୁଚି ବସ୍ତୁ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକୁ ବହି ନେଇଗଲେ।

17ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.