16ପୁଣି, ଯାଜକମାନେ ସଦାପ୍ରଭୁଙ୍କ ଗୃହର ଅନ୍ତର୍ଭାଗକୁ ଶୁଚି କରିବା ପାଇଁ ଗଲେ, ପୁଣି ସଦାପ୍ରଭୁଙ୍କ ମନ୍ଦିରରେ ଯେସବୁ ଅଶୁଚି ବସ୍ତୁ ପାଇଲେ, ତାହା ବାହାର କରି ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣକୁ ଆଣିଲେ ଆଉ, ଲେବୀୟମାନେ ତାହା ସଂଗ୍ରହ କରି ବାହାରକୁ କିଦ୍ରୋଣ ନଦୀକୁ ବହି ନେଇଗଲେ।
17ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।
18ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ ନିକଟକୁ ଯାଇ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୁଟିର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ।
19ଆହୁରି, ଆହସ୍ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”
20ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ।