ଦ୍ବିତୀୟ ବଂଶାବଳୀ 29

ଆହୁରି, ଆହସ୍‌ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”

2 Chronicles 29:19 (UKJV) Moreover all the vessels, which king Ahaz in his reign did cast away in his transgression, have we prepared and sanctified, and, behold, they are before the altar of the LORD.

17ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ପବିତ୍ର କରିବାକୁ ଆରମ୍ଭ କଲେ ଓ ମାସର ଅଷ୍ଟମ ଦିନରେ ସେମାନେ ସଦାପ୍ରଭୁଙ୍କ ବାରଣ୍ଡାକୁ ଆସିଲେ; ପୁଣି ଆଠ ଦିନ ମଧ୍ୟରେ ସେମାନେ ସଦାପ୍ରଭୁଙ୍କ ଗୃହ ପବିତ୍ର କଲେ; ଆଉ ସେମାନେ ପ୍ରଥମ ମାସର ଷୋଡ଼ଶ ଦିନରେ ସମାପ୍ତ କଲେ।

18ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ ନିକଟକୁ ଯାଇ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୁଟିର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ।

19ଆହୁରି, ଆହସ୍‌ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”

20ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ।

21ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.