19ଆହୁରି, ଆହସ୍ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”
20ତହିଁ ଉତ୍ତାରେ ହିଜକୀୟ ରାଜା ପ୍ରତ୍ୟୁଷରେ ଉଠି ନଗରର ଅଧିପତିମାନଙ୍କୁ ଏକତ୍ର କରି ସଦାପ୍ରଭୁଙ୍କ ଗୃହକୁ ଗଲେ।
21ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।
22ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।
23ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;