22ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।
23ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;
24ତହୁଁ ସମଗ୍ର ଇସ୍ରାଏଲ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଯାଜକମାନେ ସେସବୁ ବଧ କରି ଯଜ୍ଞବେଦି ଉପରେ ସେମାନଙ୍କ ରକ୍ତ ଦ୍ୱାରା ପାପାର୍ଥକ ବଳି କଲେ; କାରଣ ସମଗ୍ର ଇସ୍ରାଏଲ ନିମନ୍ତେ ହୋମବଳି ଓ ପାପାର୍ଥକ ବଳି ଉତ୍ସର୍ଗ କରିବାକୁ ରାଜା ଆଜ୍ଞା ଦେଇଥିଲେ।
25ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍ର ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।
26ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ।