ଦ୍ବିତୀୟ ବଂଶାବଳୀ 29

ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ।

2 Chronicles 29:26 (UKJV) And the Levites stood with the instruments of David, and the priests with the trumpets.

24ତହୁଁ ସମଗ୍ର ଇସ୍ରାଏଲ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଯାଜକମାନେ ସେସବୁ ବଧ କରି ଯଜ୍ଞବେଦି ଉପରେ ସେମାନଙ୍କ ରକ୍ତ ଦ୍ୱାରା ପାପାର୍ଥକ ବଳି କଲେ; କାରଣ ସମଗ୍ର ଇସ୍ରାଏଲ ନିମନ୍ତେ ହୋମବଳି ଓ ପାପାର୍ଥକ ବଳି ଉତ୍ସର୍ଗ କରିବାକୁ ରାଜା ଆଜ୍ଞା ଦେଇଥିଲେ।

25ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍‍ର ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।

26ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ।

27ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।

28ତହିଁରେ ସମଗ୍ର ସମାଜ ପ୍ରଣାମ କଲେ ଓ ଗାୟକମାନେ ଗାନ କଲେ ଓ ତୂରୀବାଦକମାନେ ତୂରୀ ବଜାଇଲେ; ହୋମବଳିଦାନର ସମାପ୍ତି ପର୍ଯ୍ୟନ୍ତ ଏସବୁ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.