25ଆଉ, ସେ ଦାଉଦଙ୍କର ଓ ରାଜାଙ୍କର ଦର୍ଶକ ଗାଦ୍ର ଓ ନାଥନ ଭବିଷ୍ୟଦ୍ବକ୍ତାଙ୍କର ଆଜ୍ଞାନୁସାରେ କରତାଳ ଓ ନେବଲ ଓ ବୀଣାଧାରୀ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ସ୍ଥାପନ କଲେ; କାରଣ ସଦାପ୍ରଭୁ ଆପଣା ଭବିଷ୍ୟଦ୍ବକ୍ତାମାନଙ୍କ ଦ୍ୱାରା ଏହି ଆଜ୍ଞା କରିଥିଲେ।
26ଏହେତୁ ଲେବୀୟମାନେ ଦାଉଦଙ୍କର ବାଦ୍ୟଯନ୍ତ୍ର ଓ ଯାଜକମାନେ ତୂରୀ ନେଇ ଠିଆ ହେଲେ।
27ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।
28ତହିଁରେ ସମଗ୍ର ସମାଜ ପ୍ରଣାମ କଲେ ଓ ଗାୟକମାନେ ଗାନ କଲେ ଓ ତୂରୀବାଦକମାନେ ତୂରୀ ବଜାଇଲେ; ହୋମବଳିଦାନର ସମାପ୍ତି ପର୍ଯ୍ୟନ୍ତ ଏସବୁ ହେଲା।
29ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ।