29ପୁଣି, ସେମାନେ ବଳିଦାନ ସମାପ୍ତ କରନ୍ତେ, ରାଜା ଓ ତାଙ୍କ ସଙ୍ଗେ ଉପସ୍ଥିତ ଲୋକ ସମସ୍ତେ ମୁହଁ ମାଡ଼ି ପଡ଼ି ପ୍ରଣାମ କଲେ।
30ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସା ଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ।
31ସେତେବେଳେ ହିଜକୀୟ ଉତ୍ତର କରି କହିଲେ, “ଏବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କରିଅଛ, ନିକଟକୁ ଆସ ଓ ସଦାପ୍ରଭୁଙ୍କ ଗୃହକୁ ବଳି ଓ ପ୍ରଶଂସାର୍ଥକ ଉପହାର ଆଣ।” ତହିଁରେ ସମାଜ ବଳି ଓ ପ୍ରଶଂସାର୍ଥକ ଉପହାର ଆଣିଲେ ଓ ଯେତେ ଲୋକର ମନରେ ପ୍ରବୃତ୍ତି ଜନ୍ମିଲା, ସେମାନେ ହୋମବଳି ଆଣିଲେ।
32ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି।
33ପୁଣି ଛଅ ଶହ ବୃଷ ଓ ତିନି ସହସ୍ର ମେଷ ପବିତ୍ରୀକୃତ ହେଲେ।