33ପୁଣି ଛଅ ଶହ ବୃଷ ଓ ତିନି ସହସ୍ର ମେଷ ପବିତ୍ରୀକୃତ ହେଲେ।
34ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ। ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ।
35ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।
36ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକୀୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍ ସାଧିତ ହେଲା।