2ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
3ସେ ଆପଣା ରାଜତ୍ଵର ପ୍ରଥମ ବର୍ଷର ପ୍ରଥମ ମାସରେ ସଦାପ୍ରଭୁଙ୍କ ଗୃହର କବାଟସବୁ ଫିଟାଇ ସେସବୁର ମରାମତି କଲେ।
4ପୁଣି, ସେ ଯାଜକ ଓ ଲେବୀୟମାନଙ୍କୁ ଆଣି ପୂର୍ବଦିଗ ଛକରେ ଏକତ୍ର କରି ସେମାନଙ୍କୁ କହିଲେ,
5“ହେ ଲେବୀୟମାନେ, ତୁମ୍ଭେମାନେ ମୋʼ କଥା ଶୁଣ; ଏବେ ଆପଣାମାନଙ୍କୁ ପବିତ୍ର କର ଓ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପବିତ୍ର କରି ସେହି ପବିତ୍ର ସ୍ଥାନରୁ ଅଶୁଚିତା ଦୂର କର।
6କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇଅଛନ୍ତି।