ଦ୍ବିତୀୟ ବଂଶାବଳୀ 29

ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।

2 Chronicles 29:8 (UKJV) Wherefore the wrath of the LORD was upon Judah and Jerusalem, and he has delivered them to trouble, to astonishment, and to hissing, as all of you see with your eyes.

6କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟ-ଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇଅଛନ୍ତି।

7ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।

8ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।

9କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ୍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ରକନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି।

10ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.