7ଆହୁରି, ସେମାନେ ବାରଣ୍ଡାର କବାଟସବୁ ବନ୍ଦ କରି ପ୍ରଦୀପସବୁ ଲିଭାଇ ଦେଇଅଛନ୍ତି ଓ ସେହି ପବିତ୍ର ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ନାହାନ୍ତି, କିଅବା ହୋମବଳି ଉତ୍ସର୍ଗ କରି ନାହାନ୍ତି।
8ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।
9କାରଣ ଦେଖ, ତହିଁ ସକାଶୁ ଆମ୍ଭମାନଙ୍କ ପିତୃଗଣ ଖଡ୍ଗରେ ପଡ଼ିଅଛନ୍ତି ଓ ଆମ୍ଭମାନଙ୍କ ପୁତ୍ରକନ୍ୟା ଓ ଆମ୍ଭମାନଙ୍କ ଭାର୍ଯ୍ୟାଗଣ ବନ୍ଦୀ ହୋଇଅଛନ୍ତି।
10ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।
11ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।”