ଦ୍ବିତୀୟ ବଂଶାବଳୀ 3

ଆଉ ସେ ମହାପବିତ୍ର ଗୃହରେ ପିତୁଳା କର୍ମର ଦୁଇ କିରୂବ ନିର୍ମାଣ କଲେ ଓ ସେମାନେ ତାହା ସୁବର୍ଣ୍ଣରେ ମଡ଼ାଇଲେ।

2 Chronicles 3:10 (UKJV) And in the most holy house he made two cherubims of image work, and overlaid them with gold.

8ପୁଣି ସେ ମହାପବିତ୍ର ଗୃହ ନିର୍ମାଣ କଲେ; ତହିଁର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଥିଲା; ଆଉ ସେ ଛଅ ଶହ ତାଳନ୍ତ ଉତ୍ତମ ସୁବର୍ଣ୍ଣରେ ତାହା ମଡ଼ାଇଲେ।

9ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ୱର୍ଣ୍ଣ ଥିଲା, ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ।

10ଆଉ ସେ ମହାପବିତ୍ର ଗୃହରେ ପିତୁଳା କର୍ମର ଦୁଇ କିରୂବ ନିର୍ମାଣ କଲେ ଓ ସେମାନେ ତାହା ସୁବର୍ଣ୍ଣରେ ମଡ଼ାଇଲେ।

11ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ଦୀର୍ଘ ଥିଲା; ଏକ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ସେହିପରି ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ସ୍ପର୍ଶ କଲା।

12ଅନ୍ୟ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ମଧ୍ୟ ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ଲାଗିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.