12ଅନ୍ୟ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ମଧ୍ୟ ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ଲାଗିଲା।
13ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ବିସ୍ତାରିତ ଥିଲା; ସେମାନେ ଚରଣରେ ଠିଆ ହେଲେ ଓ ସେମାନଙ୍କର ମୁଖ ଗୃହ ଆଡ଼କୁ ଥିଲା।
14ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।
15ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ଡାଳି ପାଞ୍ଚ ହାତ ଥିଲା।
16ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ।