13ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ବିସ୍ତାରିତ ଥିଲା; ସେମାନେ ଚରଣରେ ଠିଆ ହେଲେ ଓ ସେମାନଙ୍କର ମୁଖ ଗୃହ ଆଡ଼କୁ ଥିଲା।
14ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।
15ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ଡାଳି ପାଞ୍ଚ ହାତ ଥିଲା।
16ଆଉ ସେ ଗର୍ଭଗାରରେ ଜଞ୍ଜିର ନିର୍ମାଣ କରି ସେହି ସ୍ତମ୍ଭ ଉପରେ ରଖିଲେ ଓ ଏକ ଶହ ଡାଳିମ୍ବ ଆକୃତି କରି ସେହି ଜଞ୍ଜିର ଉପରେ ରଖିଲେ।
17ଆଉ ସେ ମନ୍ଦିର ସମ୍ମୁଖରେ ସେହି ଦୁଇ ସ୍ତମ୍ଭକୁ ଦକ୍ଷିଣ ପାର୍ଶ୍ଵରେ ଏକ ଓ ବାମ ପାର୍ଶ୍ଵରେ ଏକ କରି ସ୍ଥାପନ କଲେ; ଆଉ ଦକ୍ଷିଣ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ଯାଖୀନ୍ ଓ ବାମ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ବୋୟସ୍ ରଖିଲେ।