ଦ୍ବିତୀୟ ବଂଶାବଳୀ 3

ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।

2 Chronicles 3:2 (UKJV) And he began to build in the second day of the second month, in the fourth year of his reign.

1ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।

2ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।

3ଶଲୋମନ ପରମେଶ୍ୱରଙ୍କ ଗୃହ ନିର୍ମାଣ ନିମନ୍ତେ ଯେଉଁ ମୂଳଦୁଆ ସ୍ଥାପନ କଲେ, ତାହା ଏହି ହସ୍ତର ପ୍ରାଚୀନ ପରିମାଣାନୁସାରେ ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା।

4ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.