2ପୁଣି ସେ ଆପଣା ରାଜତ୍ଵର ଚତୁର୍ଥ ବର୍ଷର ଦ୍ୱିତୀୟ ମାସର ଦ୍ୱିତୀୟ ଦିନରେ ନିର୍ମାଣ କରିବାକୁ ଆରମ୍ଭ କଲେ।
3ଶଲୋମନ ପରମେଶ୍ୱରଙ୍କ ଗୃହ ନିର୍ମାଣ ନିମନ୍ତେ ଯେଉଁ ମୂଳଦୁଆ ସ୍ଥାପନ କଲେ, ତାହା ଏହି ହସ୍ତର ପ୍ରାଚୀନ ପରିମାଣାନୁସାରେ ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା।
4ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।
5ପୁଣି ସେ ଉତ୍ତମ ସ୍ୱର୍ଣ୍ଣମଣ୍ଡିତ ଦେବଦାରୁ କାଷ୍ଠରେ ବୃହତ ଗୃହ ଆଚ୍ଛାଦନ କଲେ ଓ ତହିଁ ଉପରେ ଖର୍ଜ୍ଜୁର ବୃକ୍ଷ ଓ ଜଞ୍ଜିରର ଆକୃତି କଲେ।
6ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ୱର୍ଣ୍ଣ ପର୍ବୟିମ ଦେଶର ସ୍ୱର୍ଣ୍ଣ ଥିଲା।