ଦ୍ବିତୀୟ ବଂଶାବଳୀ 3

ମଧ୍ୟ ଗୃହ, କଡ଼ି, ଚଉକାଠ ଓ ତହିଁର କାନ୍ଥ ଓ ତହିଁର କବାଟସବୁ ସେ ସୁବର୍ଣ୍ଣରେ ମଡ଼ାଇଲେ; ଆଉ କାନ୍ଥରେ କିରୂବାକୃତି ଖୋଦାଇଲେ।

2 Chronicles 3:7 (UKJV) He overlaid also the house, the beams, the posts, and the walls thereof, and the doors thereof, with gold; and graved cherubims on the walls.

5ପୁଣି ସେ ଉତ୍ତମ ସ୍ୱର୍ଣ୍ଣମଣ୍ଡିତ ଦେବଦାରୁ କାଷ୍ଠରେ ବୃହତ ଗୃହ ଆଚ୍ଛାଦନ କଲେ ଓ ତହିଁ ଉପରେ ଖର୍ଜ୍ଜୁର ବୃକ୍ଷ ଓ ଜଞ୍ଜିରର ଆକୃତି କଲେ।

6ପୁଣି ସେ ଶୋଭା ନିମନ୍ତେ ଗୃହକୁ ବହୁମୂଲ୍ୟ ପ୍ରସ୍ତରରେ ଭୂଷିତ କଲେ; ସେହି ସ୍ୱର୍ଣ୍ଣ ପର୍ବୟିମ ଦେଶର ସ୍ୱର୍ଣ୍ଣ ଥିଲା।

7ମଧ୍ୟ ଗୃହ, କଡ଼ି, ଚଉକାଠ ଓ ତହିଁର କାନ୍ଥ ଓ ତହିଁର କବାଟସବୁ ସେ ସୁବର୍ଣ୍ଣରେ ମଡ଼ାଇଲେ; ଆଉ କାନ୍ଥରେ କିରୂବାକୃତି ଖୋଦାଇଲେ।

8ପୁଣି ସେ ମହାପବିତ୍ର ଗୃହ ନିର୍ମାଣ କଲେ; ତହିଁର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଥିଲା; ଆଉ ସେ ଛଅ ଶହ ତାଳନ୍ତ ଉତ୍ତମ ସୁବର୍ଣ୍ଣରେ ତାହା ମଡ଼ାଇଲେ।

9ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ୱର୍ଣ୍ଣ ଥିଲା, ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.