8ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର।
9କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”
10ତହୁଁ ଦୂତମାନେ ଇଫ୍ରୟିମ ଓ ମନଃଶି ଦେଶ ଦେଇ ସବୂଲୂନ ପର୍ଯ୍ୟନ୍ତ ନଗରକୁ ନଗର ଗମନ କଲେ; ମାତ୍ର ଲୋକମାନେ ସେମାନଙ୍କୁ ଉପହାସ କରି ବିଦ୍ରୂପ କଲେ।
11ତଥାପି ଆଶେରର ଓ ମନଃଶିର ଓ ସବୂଲୂନର କେତେକ ଲୋକ ଆପଣାମାନଙ୍କୁ ନମ୍ର କରି ଯିରୂଶାଲମକୁ ଆସିଲେ।
12ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।