12ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।
13ତହୁଁ ଦ୍ୱିତୀୟ ମାସରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବା ପାଇଁ ଅନେକ ଲୋକର ଅତି ମହାସମାଜ ଯିରୂଶାଲମରେ ଏକତ୍ରିତ ହେଲେ।
14ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦିସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ।
15ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ।
16ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ।